ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବିଷ ବଳୟରେ ରାଜଧାନୀ

0

ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍‌। ବିଷ ବଳୟରେ ଦିଲ୍ଲୀ। ଦିନକୁ ଦିନ ଏହା ବଢ଼ି ଚାଲିଛି। ଏବେଠାରୁ ଜହର ପାଲଟିଲାଣି ଦିଲ୍ଲୀ ବାୟୁ। ଫଳରେ ଅଣନିଶ୍ଵାସୀ ହେଲେଣି ରାଜଧାନୀବାସୀ। ଜଳବାୟୁ କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ବୃଦ୍ଧି ହେତୁ ଲୋକମାନେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବୟସ୍କ ବ୍ୟକ୍ତି, ଛୋଟ ପିଲା ଏବଂ ରୋଗୀମାନେ ଏଥିଯୋଗୁଁ ଅଧିକ ସମସ୍ୟା ଭୋଗୁଛନ୍ତି। ସେମାନେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି।

ଯୁଆଡ଼େ ଦେଖିବ ସିଆଡ଼େ କେବଳ ଧୂଆଁ ଆଉ ଧୂଆଁ। ଏବେଠାରୁ ନିଶ୍ୱାସ ନେବା କଷ୍ଟକର ହୋଇପଡ଼ିଛି। ଦିଲ୍ଲୀ ଆନନ୍ଦ ବିହାରରେ ବାୟୁର ଗୁଣବତ୍ତା ଅତ୍ୟନ୍ତ ଖରାପ ଶ୍ରେଣୀକୁ ଚାଲିଯାଇଛି। ଏଠାକର ଏୟାର କ୍ୱାଲିଟି ଇଣ୍ଡେକ୍ସ ୪୦୦ ପାର୍‌ କରିଛି।

ସେହିପରି ମୁଣ୍ଡକାରେ ମଧ୍ୟ AIQ ୩୧୪ ରହିଛି। ପଞ୍ଜାବୀ ବାଗ୍‌ରେ ମଧ୍ୟ ବାୟୁର ଗଣବତ୍ତା ୩୦୦ ଥିବା ରେକର୍ଡ ହୋଇଛି। ଦିଲ୍ଲୀ ଏନସିଆରରେ ବାୟୁ ଗୁଣବତ୍ତା ଖରାପ ହେବାର ସବୁଠାରୁ ବଡ଼ କାରଣ ହେଉଛି ପଞ୍ଜାବ-ହରିୟାଣା ସମେତ ପଡୋଶୀ ରାଜ୍ୟରେ ନଡ଼ା ଜଳିବା। ପ୍ରତିବର୍ଷ ଏହି ଋତୁରେ କୃଷକମାନେ ନଡ଼ା ଜଳିବା ଯୋଗୁ ଦିଲ୍ଲୀର ବାୟୁ ବିଷାକ୍ତ ହୋଇଯାଏ।

ଦୀପାବଳିକୁ ଆଉ ମାତ୍ର ୪ ଦିନ ବାକି ଅଛି କିନ୍ତୁ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି। ନଡ଼ା ଜାଳିବାକୁ ନେଇ କେନ୍ଦ୍ର ସରକାର ପଞ୍ଜାବ ଓ ହରିୟାଣାକୁ ତାଗିଦ କରିଛନ୍ତି। ନଡ଼ା ଜାଳୁଥିବା ହଟ୍‌ସ୍ପଟ୍‌ ଅଞ୍ଚଳକୁ ଚିହ୍ନଟ କରିବାକୁ କୁହାଯାଇଛି। ଏଥିସହ ନଡ଼ା ଜାଳୁଥିବା କୃଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର।

Leave A Reply

Your email address will not be published.