ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଏଏସ୍‌ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ, ମିଶନ ଶକ୍ତି ବିଭାଗରେ ଯୁଗ୍ମ ସଚିବ ଥିବା ବିନୋଦ କୁମାର ଜେନାଙ୍କୁ ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଭାବେ ନିଯୁକ୍ତ ମିଳିଛି। ପୁରୀ ସବ କଲେକ୍ଟର ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ଯୁଗ୍ମ ସଚିବ, ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଟ୍‌ ଜିଏମ (ସୋସିଆଲ ପ୍ରୋଜେକ୍ଟସ) ଥିବା ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ୱର ସବ-କଲେକ୍ଟର ଭାବେ ବଦଳି କରାଯାଇଛି। ସେହିପରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଡେପୁଟି କମିଶନର ଥିବା ରାଜ କିଶୋର ଜେନାଙ୍କୁ ପୁରୀ ସବ-କଲେକ୍ଟର ଭାବେ ବଦଳି କରାଯାଇଛି।

ଯାଜପୁରର ଅତିରିକ୍ତ ସବ୍‌ କଲେକ୍ଟର ମନୋରମା ଜାଲିଙ୍କୁ ଭୁବନେଶ୍ୱରସ୍ଥିତ ଏସ୍‌ଆଇଆରଡିର ଡେପୁଟି ଡାଇରେକ୍ଟର ଭାବେ ବଦଳି କରାଯାଇଛି। ବଲାଙ୍ଗିର ତହସିଲଦାର ସୁନୀଲ କୁମାର ମେହେରଙ୍କୁ ପାଟଣାଗଡ଼ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ପୂର୍ବତନ ସବ୍‌-କଲେକ୍ଟର ହେମସାଗର ଭୋଇ ଏବେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଓ ପିଜି) ବିଭାଗରେ କାର୍ଯ୍ୟରତ ଥିବା ବେଳେ ତାଙ୍କୁ କୁଚିଣ୍ଡା ଆଇଟିଡିଏ ପିଏ ଭାବେ ବଦଳି କରାଯାଇଛି। ସୋହେଲା ବିଡିଓ ସୁରେନ୍ଦ୍ର ମେହେରଙ୍କୁ ସୁବର୍ଣ୍ଣପୁରର ଅତିରିକ୍ତ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।

Leave A Reply

Your email address will not be published.