ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ଖର୍ଚ୍ଚ ହେବ ୨୦୦ କୋଟି

0

ସରକାରଙ୍କ ନୂଆ ଯୋଜନା
ଭୁବନେଶ୍ବର; ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ମୋହନ ମାଝୀ ସରକାର ଏକ ନୂଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୫ ବର୍ଷରେ ୨୦୦କୋଟି ଟଙ୍କା ଖର୍ଚ୍ଚ କରାଯିବ। ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବହନ କରିବେ। ଅଧିକ ଜଳପ୍ରବାହ ଯୋଗୁ ରାଜ୍ୟର ତଳିଆ ଅଞ୍ଚଳରେ ସୃଷ୍ଟି ହେଉଥିବା ବନ୍ୟା ପରିସ୍ଥିତିକୁ ରୋକିବା ଉଦ୍ଦେଶ୍ୟରେ ସରକାର ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି।

ଏହି ଯୋଜନାରେ ୫ ବର୍ଷରେ ଖର୍ଚ୍ଚ କରାଯିବ ୨୦୦କୋଟି।। ‘ବନ୍ଧ ସୁରକ୍ଷା ଓ ଉନ୍ନତିକରଣ କାର୍ଯ୍ୟ’ ନାମରେ ଏହି ଯୋଜନାରେ ପୁରାତନ ତଥା ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଡ୍ୟାମଗୁଡ଼ିକର ପୁନରୁଦ୍ଧାର ଓ ମରାମତି ସହ ସୁଦୃଢ କରାଯିବ ବୋଲି ଜଣାପଡ଼ିଛି । ରାଜ୍ୟ ଜଳସମ୍ପଦ ବିଭାଗ ପକ୍ଷରୁ ସୂଚନା ଅନୁସାରେ, ପୁରାତନ ତଥା ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଡ୍ୟାମ କାରଣରୁ ତଳମୁଣ୍ଡରେ ଅତିରିକ୍ତ ଜଳପ୍ରବାହରୁ ଧନ ଜୀବନ ହାନି ସହିତ ଅନେକ କ୍ଷତି ହେବାର ଆଶଙ୍କା ରହିଥାଏ।

ସେଥିପାଇଁ ପୁରାତନ ବନ୍ଧଗୁଡ଼ିକର ସୁରକ୍ଷା ପାଇଁ ଏହାର ଲଗାତର ନିରୀକ୍ଷଣ ଓ ରକ୍ଷଣାବେକ୍ଷଣ ସହିତ ଆବଶ୍ୟକତା ଅନୁସାରେ ମରାମତି ଓ ଉନ୍ନତିକରଣ ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ‘ବନ୍ଧ ସୁରକ୍ଷା ଓ ଉନ୍ନତିକରଣ କାର୍ଯ୍ୟ’ ଯୋଜନାକୁ ଆଗାମୀ ୫ବର୍ଷ ପାଇଁ କାର୍ଯ୍ୟକାରୀ କରିବା ନିମନ୍ତେ ୨୦୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

Leave A Reply

Your email address will not be published.