ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଦୀପାବଳି ପାଇଁ ଗାଇଡଲାଇନ ଜାରି

0

ଭୁବନେଶ୍ବର; ଦୀପାବଳି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୋଲିସ। ସୁପ୍ରିମକୋର୍ଟଙ୍କ ନିୟମ ଅନୁଯାୟୀ ଫୁଟାଯିବ ବାଣ। ବିପଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ଉପରେ କଟକଣା ଜାରି ହୋଇଛି। ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି। ଲାଇସେନ୍ସ ମୁତାବକ ଜଣେ ଦୋକାନୀ ୩ ଶହ କେଜି ବାଣ ରଖିପାରିବେ। ଦୁଇଟି ବାଣ ଦୋକାନ ମଝିରେ ୩ ମିଟର ବ୍ୟବଧାନ ରହିବ। ଦୋକାନ ବାହାରେ ୫୦ ମିଟର ଖାଲି ସ୍ଥାନ ରହିବ। ଅଗ୍ନିଶମ ବିଭାଗ ଓ ବିଏମସିର ସମସ୍ତ ନିୟମ ପାଳନ କରିବାକୁ ଦୋକାନୀ ବାଧ୍ୟ। କୌଣସି ନିୟମର ଖିଲାପ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ।

ବର୍ତ୍ତମାନ ସୁଦ୍ଧା ୨୫ଟି ସ୍ଥାନରେ ବିଏମସି ସହମତିରେ ବାଣ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି। ଲାଇସେନ୍ସ ପାଇଁ ଏଯାଏଁ ୪୬୫ ଜଣ ଦୋକାନୀ ଆବେଦନ କରିଛନ୍ତି। ୨ ଶହ ଜଣଙ୍କୁ ଲାଇସେନ୍ସ ପ୍ରଦାନ ସରିଲାଣି। ଅନ୍ୟମାନଙ୍କୁ ବର୍ତ୍ତମାନ ବିଭିନ୍ନ ସର୍ତ୍ତ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ସବୁ ସର୍ତ୍ତ ପାଳନ ପରେ ତାଙ୍କୁ ମଧ୍ୟ ଲାଇସେନ୍ସ ପ୍ରଦାନ କରାଯିବ।

ବେଆଇନ ଭାବେ ଗନ ପାଉଡର ଆଣି ବାଣ ତିଆରି କଲେ ବାଣ ସିଜ କରିବା ସହ ସମ୍ପୃକ୍ତ ବାଣୁଆଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି। ଅନ୍ୟପଟେ ରାଜଧାନୀ ଉପକଣ୍ଠରେ ବାଣ ତିଆରି ଚାଲିଥିବା ବେଳେ ଚଢ଼ାଉ ହୋଇଛି । ୨୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବାଣ ଜବତ ହୋଇସାରିଛି।

Leave A Reply

Your email address will not be published.