ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଦୀପାବଳି ପାଇଁ ଗାଇଡଲାଇନ ଜାରି

0

ଭୁବନେଶ୍ବର; ଦୀପାବଳି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୋଲିସ। ସୁପ୍ରିମକୋର୍ଟଙ୍କ ନିୟମ ଅନୁଯାୟୀ ଫୁଟାଯିବ ବାଣ। ବିପଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ଉପରେ କଟକଣା ଜାରି ହୋଇଛି। ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି। ଲାଇସେନ୍ସ ମୁତାବକ ଜଣେ ଦୋକାନୀ ୩ ଶହ କେଜି ବାଣ ରଖିପାରିବେ। ଦୁଇଟି ବାଣ ଦୋକାନ ମଝିରେ ୩ ମିଟର ବ୍ୟବଧାନ ରହିବ। ଦୋକାନ ବାହାରେ ୫୦ ମିଟର ଖାଲି ସ୍ଥାନ ରହିବ। ଅଗ୍ନିଶମ ବିଭାଗ ଓ ବିଏମସିର ସମସ୍ତ ନିୟମ ପାଳନ କରିବାକୁ ଦୋକାନୀ ବାଧ୍ୟ। କୌଣସି ନିୟମର ଖିଲାପ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ।

ବର୍ତ୍ତମାନ ସୁଦ୍ଧା ୨୫ଟି ସ୍ଥାନରେ ବିଏମସି ସହମତିରେ ବାଣ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି। ଲାଇସେନ୍ସ ପାଇଁ ଏଯାଏଁ ୪୬୫ ଜଣ ଦୋକାନୀ ଆବେଦନ କରିଛନ୍ତି। ୨ ଶହ ଜଣଙ୍କୁ ଲାଇସେନ୍ସ ପ୍ରଦାନ ସରିଲାଣି। ଅନ୍ୟମାନଙ୍କୁ ବର୍ତ୍ତମାନ ବିଭିନ୍ନ ସର୍ତ୍ତ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ସବୁ ସର୍ତ୍ତ ପାଳନ ପରେ ତାଙ୍କୁ ମଧ୍ୟ ଲାଇସେନ୍ସ ପ୍ରଦାନ କରାଯିବ।

ବେଆଇନ ଭାବେ ଗନ ପାଉଡର ଆଣି ବାଣ ତିଆରି କଲେ ବାଣ ସିଜ କରିବା ସହ ସମ୍ପୃକ୍ତ ବାଣୁଆଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି। ଅନ୍ୟପଟେ ରାଜଧାନୀ ଉପକଣ୍ଠରେ ବାଣ ତିଆରି ଚାଲିଥିବା ବେଳେ ଚଢ଼ାଉ ହୋଇଛି । ୨୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବାଣ ଜବତ ହୋଇସାରିଛି।

Leave A Reply

Your email address will not be published.