ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଆସନ୍ତାକାଲିଠାରୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨

0

ନୂଆଦିଲ୍ଲୀ; ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ। ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ। ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ରହିଛନ୍ତି, ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ଅଂଶୀଦାର ଟପ୍-ଅପ୍ କଭର ପାଇଁ ଯୋଗ୍ୟ ହେବେ।

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ ପାଇବେ। ଏନେଇ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ସଭାପତି ଘୋଷଣା କରିଥିଲେ । ସେପଟେ ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବଦଳରେ ଏହି ଯୋଜନା ଅଧୀନରେ ବାର୍ଷିକ ୯୬.୫ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପାଉଥିବା ବେଳେ ପାଖାପାଖି ଏତିକି ଲୋକ ଆୟୁଷ୍ମାନ ଭାରତର ଲାଭ ପାଇପାରନ୍ତି ବୋଲି କୁହାଯାଉଛି।

Leave A Reply

Your email address will not be published.