ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଆସନ୍ତାକାଲିଠାରୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨

0

ନୂଆଦିଲ୍ଲୀ; ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ। ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ। ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ରହିଛନ୍ତି, ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ଅଂଶୀଦାର ଟପ୍-ଅପ୍ କଭର ପାଇଁ ଯୋଗ୍ୟ ହେବେ।

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ ପାଇବେ। ଏନେଇ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ସଭାପତି ଘୋଷଣା କରିଥିଲେ । ସେପଟେ ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବଦଳରେ ଏହି ଯୋଜନା ଅଧୀନରେ ବାର୍ଷିକ ୯୬.୫ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପାଉଥିବା ବେଳେ ପାଖାପାଖି ଏତିକି ଲୋକ ଆୟୁଷ୍ମାନ ଭାରତର ଲାଭ ପାଇପାରନ୍ତି ବୋଲି କୁହାଯାଉଛି।

Leave A Reply

Your email address will not be published.