ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଃ ମୁକେଶ ମହାଲିଙ୍ଗ।

ଏହି ଅବସରରେ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ଫର୍ମାସୀ ବିଭାଗର କର୍ମଚାରୀ ଏବଂ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ଆଇଏମ୍ ଏସ ଆଣ୍ଡ ସମ୍ ହସ୍ପିଟାଲ ଫାର୍ମାସୀ କର୍ମଚାରୀ ଓ ଛାତ୍ରାଛାତ୍ରୀଙ୍କ ସହ କିଛି ସମୟ ବିତାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସେମାନଙ୍କ ସହ ସ୍ୱାସ୍ଥ୍ୟସେବା ସମ୍ପର୍କିତ ଆଲୋଚନା କରିବାବେଳେ ଫାର୍ମାସୀ ଟେଷ୍ଟିଙ୍ଗ ବିଷୟରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ। ଏହି ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟାରୀ ସେଣ୍ଟର ସେମାନଙ୍କୁ ଅନେକ ସାହାଯ୍ୟ କରିବ ବୋଲି ମଧ୍ଯ କହିବା ସହ ସମ୍ ଫାର୍ମାସୀ କର୍ମଚାରୀ ଓ ଛାତ୍ରାଛାତ୍ରୀଙ୍କ ସହ ବେଶ୍ ଆନନ୍ଦିତ ଭାବେ ଫଟୋ ଉଠାଇଥିଲେ ମୁଖ୍ଯମନ୍ତ୍ରୀ ଶ୍ରୀ ମାଝୀ।

Leave A Reply

Your email address will not be published.