ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ

0

ପୁରୀ: ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଓଡିଶା ସରକାର ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଜାଳେଣି କାଠ ବଦଳରେ ଗୋବର ଘଷି ବ୍ୟବହାର ଉପରେ ଚିନ୍ତା କରୁଛନ୍ତି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଙ୍ଗଳବାର ସୂଚନା ଦେଇଛନ୍ତି।

ଶବଦାହ କରିବା ପାଇଁ ଗୋବର ଭିତ୍ତିକ ଜୈବ ଇନ୍ଧନ ବ୍ୟବହାର କରିବାକୁ ଚିନ୍ତା କରିବାକୁ ଆମେ ଲୋକଙ୍କୁ ଅନୁରୋଧ କରିବୁ। ହିନ୍ଦୁ ଧାର୍ମିକ ପ୍ରଥା ଅନୁଯାୟୀ ଏହା ‘ମୋକ୍ଷ’ ପ୍ରାପ୍ତିରେ ମଧ୍ୟ ସହାୟକ ହୋଇପାରେ। ତେବେ ଏହା କାଠ ତୁଳନାରେ ପରିବେଶ ଉପରେ କମ୍ ପ୍ରଭାବ ପକାଇବ ବୋଲି ମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବର୍ତ୍ତମାନ ସ୍ୱର୍ଗଦ୍ୱାର ପରିଚାଳନା କରୁଥିବା କମିଟି ସହ ଆଲୋଚନା କରାଯିବ ଏବଂ ସେହି ଅନୁଯାୟୀ ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯିବ। ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ। ପରେ ଏନେଇ ଖୁବ ଶୀଘ୍ର ବିଚାର ବିମର୍ଶ କରି ପଦକ୍ଷେପ ନେବେ ସରକାର ।

ଅପରପକ୍ଷରେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ। ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ। ଏହି କମିଟି ଗୋ ସୁରକ୍ଷା ଓ ଗୋମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାର ବିମର୍ଶ କରିବ। ତେବେ ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାରଙ୍କ କାମଧେନୁ ଯୋଜନା ଆରମ୍ଭ ହୋଇଛି।

Leave A Reply

Your email address will not be published.