ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଯାତ୍ରିବାହୀ ବସ୍ ଦୁର୍ଘଟଣାରେ ୧୨ମୃତ୍ୟୁ

0

ରାଜସ୍ଥାନ: ରାଜସ୍ଥାନର ସିକାରରେ ଗୋଟିଏ ଯାତ୍ରିବାହୀ ବସ୍‌ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବର୍ତ୍ତମାନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ପ୍ରକାଶ ପାଇଛି।

ପୁଲିସର ପ୍ରାଥମିକ ସୂଚନା ଅନୁଯାୟୀ, ପୂରା ଘଟଣା ମଙ୍ଗଳବାର ମଧ୍ୟାହ୍ନ ସମୟରେ ଘଟିଛି। ବସ୍‌ଟି ସାଲସରରୁ ଆସୁଥିଲା। କିନ୍ତୁ ସିକାର ଜିଲ୍ଲାରେ ଥିବା ଲକ୍ଷ୍ମୀଗଡ଼ ନିକଟରେ ଏହା ଗୋଟିଏ କଲଭର୍ଟରେ ପିଟି ହୋଇଯାଇଥିଲା। 

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ବସ୍‌ଟି ମଧ୍ୟ ପୂରା ଛିନଛତ୍ର ହୋଇଯାଇଛି। ଉଦ୍ଧାରକାରୀ ଦଳ ଦୁର୍ଘଟଣାଗ୍ରସ୍ତ ବସରୁ ଆହତମାନଙ୍କୁ ବାହାର କରି ଲକ୍ଷ୍ମୀଗଡ଼ରେ ଥିବାରେ ସରକାରୀ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। କ୍ରେନ ଦ୍ୱାରା ବସ୍‌କୁ ସ୍ଥାନାନ୍ତର କରାଯିବା ସହ ଘଟଣାର ଅଧିକ ତଦନ୍ତ କରାଯାଉଛି। ସମ୍ଭବତଃ ଗାଡ଼ିର ବେଗ ଅଧିକ ଥିବାରୁ ଡ୍ରାଇଭର ଭାରସାମ୍ୟ ହରାଇ କଲଭର୍ଟରେ ଏହାକୁ ପିଟି ଦେଇଥିବା ସନ୍ଦେହ କରାଯାଉଛି। 

Leave A Reply

Your email address will not be published.