ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ରାଷ୍ଟ୍ରପତି ଭବନରେ ସ୍ଥାପିତ ହେଲା ୪ଟି କୋଣାର୍କ ଚକର ପ୍ରତିକୃତି

0

ନୂଆଦିଲ୍ଲୀ:ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି। ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ ରଖାଯାଇଛି। ରାଷ୍ଟ୍ରପତି ଭବନରେ ପାରମ୍ପରିକ ସାଂସ୍କୃତିକ ଓ ଐତିହାସିକ ଉପାଦାନକୁ ସାମିଲ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏହା ହେଉଛି ଗୋଟିଏ ଅଂଶବିଶେଷ।

ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ମାନ୍ୟତା ପାଇଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ଓଡ଼ିଶାର ମନ୍ଦିର ସ୍ଥାପତ୍ୟର ଏକ ଉତ୍କୃଷ୍ଟ ନମୁନା। ସୂର୍ଯ୍ୟ ଦେବତାଙ୍କୁ ନେଇ ଯାଉଥିବା ଏକ ବିରାଟ ରଥ ଆକାରରେ ଏହା ନିର୍ମିତ ହୋଇଥିଲା। କୋଣାର୍କ ଚକ ଭାରତର ସାଂସ୍କୃତିକ ଐତିହ୍ୟର ପ୍ରତୀକ।

Leave A Reply

Your email address will not be published.