ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ରାଷ୍ଟ୍ରପତି ଭବନରେ ସ୍ଥାପିତ ହେଲା ୪ଟି କୋଣାର୍କ ଚକର ପ୍ରତିକୃତି

0

ନୂଆଦିଲ୍ଲୀ:ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି। ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ ରଖାଯାଇଛି। ରାଷ୍ଟ୍ରପତି ଭବନରେ ପାରମ୍ପରିକ ସାଂସ୍କୃତିକ ଓ ଐତିହାସିକ ଉପାଦାନକୁ ସାମିଲ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏହା ହେଉଛି ଗୋଟିଏ ଅଂଶବିଶେଷ।

ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ମାନ୍ୟତା ପାଇଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ଓଡ଼ିଶାର ମନ୍ଦିର ସ୍ଥାପତ୍ୟର ଏକ ଉତ୍କୃଷ୍ଟ ନମୁନା। ସୂର୍ଯ୍ୟ ଦେବତାଙ୍କୁ ନେଇ ଯାଉଥିବା ଏକ ବିରାଟ ରଥ ଆକାରରେ ଏହା ନିର୍ମିତ ହୋଇଥିଲା। କୋଣାର୍କ ଚକ ଭାରତର ସାଂସ୍କୃତିକ ଐତିହ୍ୟର ପ୍ରତୀକ।

Leave A Reply

Your email address will not be published.