ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସୋଆରେ ଶିଳ୍ପ ଏବଂ ସାମୁଦ୍ରିକ ଜୈବପ୍ରଯୁକ୍ତିବିଦ୍ୟା ଉପରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

0

ଭୁବନେଶ୍ୱର, ନଭେମ୍ବର ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆସନ୍ତା ନଭେମ୍ବର ୪ ଓ ୫ ଦୁଇ ଦିନ ଧରି ‘ରିସର୍ଚ୍ଚ ଆଣ୍ଡ ଇନୋଭେସନ୍‌ସ ଇନ୍ ଇଣ୍ଡଷ୍ଟ୍ରିଆଲ୍ ଆଣ୍ଡ ମେରାଇନ୍ ବାୟୋଟେକ୍ନୋଲେଜି: ଏ ସର୍କୁଲାର ଇକୋନୋମି’ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ କରାଯାଇଛି।

ସୋଆର ସେଂଟର ଫର୍ ଇଣ୍ଡଷ୍ଟ୍ରିଆଲ୍ ବାୟୋଟୋକ୍ନୋଲୋଜି ରିସର୍ଚ୍ଚ (ସିଆଇବିଆର) ଏହି କର୍ମଶାଳାର ଆୟୋଜନ କରିଥିବାବେଳେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଅଧିନସ୍ଥ ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ ରିସର୍ଚ୍ଚ ବୋର୍ଡ ଏହାର ପୃଷ୍ଠପୋଷକ ରହିଛି। ଏହା ବ୍ୟତୀତ ନ୍ୟାସ୍‌ନାଲ୍ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନଆରଡିସି) ଓ ବାୟୋଟୋକ୍ନୋଲୋଜି ରିସର୍ଚ୍ଚ ସୋସାଇଟି ଅଫ୍ ଇଣ୍ଡିଆର ମିଳିତ ସହଯୋଗରେ ଏହା ଆୟୋଜିତ ହେଉଛି।

ସମ୍ମିଳନୀରେ ବିଶିଷ୍ଟ ଗବେଷକ, ଶିଳ୍ପ ବିଶେଷଜ୍ଞ ଏବଂ ନୀତି ନିର୍ଦ୍ଧାରକ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଅଭିନବ ଜୈବପ୍ରଯୁକ୍ତିବିଦ୍ୟା କ୍ଷେତ୍ର ଉପରେ ଆଲୋଚନା କରାଯିବ ବୋଲି ସୋଆ ସିଆଇବିଆର୍‌ର ନିର୍ଦ୍ଦେଶକ ତଥା ଏହି ଜାତୀୟ ସମ୍ମିଳନୀର ଆବାହକ ପ୍ରଫେସର ହୃଦୟନାଥ ଥାଟ୍ଟୋଇ କହିଛନ୍ତି। ବର୍ତମାନ ପରିସ୍ଥିତିରେ ବିଶ୍ୱରେ ଇଣ୍ଡଷ୍ଟ୍ରିଆଲ୍ ବାୟୋଟେକ୍ନୋଲଜି ଓ ମେରାଇନ୍ ବାୟୋଟେକ୍ନୋଲଜିର ପରିବେଶ ପ୍ରଦୂଷଣ ଓ ଜଳବାୟୁ ପରିବର୍ତନ ଭଳି ଜଟିଳ କ୍ଷେତ୍ରରେ ବିଶେଷ ଭୂମିକା ରହିଛି। ଏହି ବିଷୟ ବସ୍ତୁକୁ ନେଇ ହିଁ ସମ୍ମିଳନୀର ଆୟୋଜନ କରାଯାଇଥିବା ପ୍ରଫେସର ଥାଟ୍ଟୋଇ କହିଛନ୍ତି।

ପ୍ରଫେସର ଥାଟ୍ଟୋଇ କହିଛନ୍ତି ଯେ ମେରାଇନ୍ ବାୟୋଟେକ୍ନୋଲଜି ଦ୍ୱାରା ସାମୁଦ୍ରିକ ସଂପଦର ଅଶେଷ ସମ୍ଭାବନାକୁ କାର୍ଯ୍ୟକାରୀ କରିବାରେ ସାହାଯ୍ୟ କରିବା ସହ ଜୈବପ୍ରଯୁକ୍ତିରେ ଶୈକ୍ଷିକ ଗବେଷଣା ଓ ବ୍ୟବହାରିକ ପ୍ରୟୋଗ ମଧ୍ୟରେ ଥିବା ପାର୍ଥକ୍ୟକୁ ଦୂର କରିବ। ଶିଳ୍ପ ପ୍ରୟୋଗ ପାଇଁ ଜୈବିକ ପ୍ରକିୟା ଗୁଡିକୁ ବ୍ୟବହାର କରିବା ଦ୍ୱାରା ଏହି କ୍ଷେତ୍ର ଗୁଡିକରେ ପାରମ୍ପରିକ ପଦ୍ଧତିର ସ୍ଥାୟୀ ବିକଳ୍ପ ସୃଷ୍ଟି ହେବ।

୨୦୨୩ ମସିହାରେ ସୋଆ ପକ୍ଷରୁ ପ୍ରତିଷ୍ଠା ହୋଇଥିବା ସିଆଇବିଆର୍‌ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସମୁଦ୍ର, କୃଷି, ପରିବେଶ, ଫାର୍ମାସ୍ୟୁଟିକ୍ସ ଏବଂ ମେଡିକାଲ୍ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣାକୁ ଅଧିକ ପ୍ରୋତ୍ସାହିତ କରିବା ବୋଲି ପ୍ରଫେସର ଥାଟ୍ଟୋଇ କହିଛନ୍ତି।
ବର୍ତମାନ ବିଶ୍ୱରେ ପରିବେଶକୁ ନେଇ ଉଦ୍‌ବେଗ ସୃଷ୍ଟି ହେଉଥିବା ବେଳେ ହ୍ୱାଇଟ୍ ବାୟୋଟେକ୍ନୋଲୋଜି ଏବଂ ଇଣ୍ଡଷ୍ଟ୍ରିଆଲ୍ ବାୟୋଟେକ୍ନୋଲୋଜିର ଅନେକ ଗୁରୁତ୍ୱ ରହିଛି ବୋଲି ସେ କହିଛନ୍ତି।

Leave A Reply

Your email address will not be published.