ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଏସ୍‌ସିବି ମେଡିକାଲ କଲେଜରୁ ଆସିଛି ରାଗିଂ ଅଭିଯୋଗ

0

କଟକ: କଟକ ଏସସିବି ମେଡିକାଲ କଲେଜରେ ଆସିଛି ରାଗିଂ ଅଭିଯୋଗ। ଏମବିବିଏସ୍ ପ୍ରଥମ ବର୍ଷ ଛାତ୍ର ଆଣିଛନ୍ତି ଗୁରୁତର ଅଭିଯୋଗ। ଫାଇନାଲ ବର୍ଷର ଛାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ଛାତ୍ର। ଅଭିଯୋଗକୁ ଗ୍ରହଣ କରି ଏସସିବି ଆଣ୍ଟି ରାଗିଙ୍ଗ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ଅଭିଯୋଗ ଆଣିଥିବା ଛାତ୍ର ଦେଇଥିବା ତଥ୍ୟ ଆଧାରରେ ଯାଞ୍ଚ ଆରମ୍ଭ କରିଛି କମିଟି। ଖୁବ୍ ଶୀଘ୍ର ଏହି ଘଟଣାର ସମାଧାନ କରାଯିବ ବୋଲି କହିଛନ୍ତି ପ୍ରଫେସର ଜୟନ୍ତ କୁମାର ପଣ୍ଡା।

ପ୍ରକାଶ ଥାଉ, ଏହା ପୂର୍ବରୁ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ୪ର୍ଥ ହଷ୍ଟେଲରେ ହୋଇଥିବା ରାଗିିିିିଂ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏଠାରେ ଏମ୍‌ବିବିଏସ୍‌ ପଢ଼ୁଥିବା କିଛି ୨ୟ ବର୍ଷ ଛାତ୍ରଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯିବା ସହ ରାଗିଂ କରାଯାଉଥିବା ନେଇ ଏନ୍‌ଏମ୍‌ସିର ଆଣ୍ଟି ରାଗିଂ ସେଲରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପରେ ଜଣେ ଦ୍ୱିତୀୟ ବର୍ଷର ଛାତ୍ର ୫ ଜଣ ସିନିୟର ଛାତ୍ରଙ୍କ ନାଁରେ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ଲିଖିତ ଅଭିଯୋଗ ମଧ୍ୟ କରିଥିଲେ।

Leave A Reply

Your email address will not be published.