ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

0

ଫିରିଙ୍ଗିଆ: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ଫିରିଙ୍ଗିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଧରାପଡିଛନ୍ତି। ବିଲ୍ କରାଇ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡ଼ି ବସିଛି। ଭିଜିଲାନ୍ସ ତାଙ୍କ ପାଖରୁ ୧୦ ହଜାର ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରୁଛି।

ସୂଚନାନୁଯାୟୀ, ଗୋଚ୍ଛାପଡା ପଞ୍ଚାୟତ ବ୍ରୁଡିଗୁଡା ଠାରେ ଏକ ବିଶ୍ରାମାଗାର ନିର୍ମାଣ କରାଯାଇଥିଲା। ଏହି କାମର ବିଲ୍ କରାଇ ଦେବା ପାଇଁ ଯନ୍ତ୍ରୀ ଅଶୋକ ଠିକାଦାର ରଘୁନାଥ ମହାକୁଡ଼ଙ୍କ ଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ। ରଘୁନାଥ ଏନେଇ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ।

ଆଜି ସକାଳେ ଯନ୍ତ୍ରୀ ଫିରିଙ୍ଗିଆ ସ୍ଥିତ ନିଜ ସରକାରୀ ବାସଭବନରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ତାଙ୍କୁ ଧରିଥିଲେ ଭିଜିଲାନ୍ସ ବିଭାଗ। ଏବେ ଯନ୍ତ୍ରୀଙ୍କ ସମ୍ପତ୍ତି ଆକଳନ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଥିବା ଜଣାପଡିଛି । ଭିଜିଲାନ୍ସ ତାଙ୍କ ପାଖରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କ ଘରେ ଚଢ଼ାଉ କରିଛି। ଭିଜିଲାନ୍ସ ଅଶୋକଙ୍କ ଘର ସମେତ ପୈତୃକ ଘର, ଅଫିସରେ ଚଢ଼ାଉ କରିଛି।

Leave A Reply

Your email address will not be published.