ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ସାମାନ୍ୟ ଝଗଡ଼ାରୁ ଯୁବକଙ୍କୁ ଗୁଳିମାଡ଼

0

ରାଉରକେଲା: ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ ହିଂସାକାଣ୍ଡ। ସାମାନ୍ୟ ବଚସାରୁ ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ। ଆହତ ଯୁବକଜଣକ ହେଲେ ଅଭ୍ୟାସ ରାୟ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସହରର ଆରଜିଏଚ୍‌ରେ ଭର୍ତ୍ତି କରିଛନ୍ତି।

ଖବର ମୁତାବକ, ଆଜି ସକାଳେ କୌଣସି କଥାକୁ ନେଇ ରାଉରକେଲା ଟ୍ରାଫିକ ଗେଟ୍ ମାର୍କେଟ ନିକଟରେ ତିନି ଜଣ ଯୁବକଙ୍କ ସହ ଅଭ୍ୟାସଙ୍କର କଥା କଟାକଟି ହୋଇଥିଲା। ପରେ ଉକ୍ତ ଯୁବକ ମାନେ ଅଭ୍ୟାସଙ୍କ ଉପରକୁ ଗୁଳିମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଅଭ୍ୟାସଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା ସନ୍ଦେହ କରଯାଉଛି। ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରି ଆରଜିଏଚ୍‌ରେ ଭର୍ତ୍ତି କରିଥିଲେ। ତେବେ ଗୁଳିମାଡ ପଛର କରଣ କଣ ତାହା ଜଣାପଡ଼ି ନାହିଁ। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Leave A Reply

Your email address will not be published.