ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ, ମୁଖ୍ୟ ଖଳନାୟକ ସ୍ୱାମୀ

0

କୋରାପୁଟ: ସମସ୍ତ ରହସ୍ୟ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ୱାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର। ମୁଖ୍ୟ ଅଭିଯୁକ୍ତ ତଥା ସ୍ୱାମୀ ମହେନ୍ଦ୍ର ଖରା ସହ ଦୁଇ ସହଯୋଗୀକୁ ଗିରଫ କରିଛି ପୋଲିସ । ମାଳିଖୁଡିବି ଗାଁର ମହେଶ ମାଳି ଏବଂ ସୋମନାଥ ଭୋଇକୁ ଗିରଫ କଲା ପୋଲିସ । ହାତ ଧରି ବାହା ହୋଇଥିବା ଲୋକଟା ଯେ ବିଶ୍ୱାସରେ ବିଷ ଦେବ କେହି କେବେ ଭାବି ବି ନଥିବେ। କୋରାପୁଟ ନନ୍ଦପୁର ଥାନା କୁମାର ଗାନ୍ଧଣା ଗ୍ରାମ ପଂଚାୟତ ହାରିଆମୁଣ୍ଡା ଗାଁରେ ଗତକାଲି ଘଟିଥିଲା ଏହି ବର୍ବରକାଣ୍ଡ।

ସୂଚନା ଅନୁସାରେ ଅଭିଯୁକ୍ତମାନେ ମିଶି ୮ ଦିନ ପୂର୍ବରୁ ସାବିତ୍ରୀଙ୍କୁ ହତ୍ୟା କରିବା ପାଇଁ ଏକ ଯୋଜନା କରିଥିଲେ। ଗତକାଲି ହତ୍ୟା କରିବା ପରେ ଲୁଟର ଅଭିନୟ କରି ନିଜକୁ ଗଛରେ ବାନ୍ଧି ଘଟଣାକୁ ଚାପିଦେବା ପ୍ଲାନ କରିଥିଲା ମୁଖ୍ୟ ଅଭିଯୁକ୍ତ ତଥା ସ୍ୱାମୀ ମହେନ୍ଦ୍ର ଖରା। ସୋମବାର ସକାଳୁ ସୁଭଦ୍ରା ଯୋଜନାରେ ଆଧାର ଅପଡେଟ କରିବାକୁ ସ୍ଵାମୀ ମହେନ୍ଦ୍ର ଖରା ଓ ସ୍ତ୍ରୀ ସାବିତ୍ରୀ ଖରା ଆଧାର କେନ୍ଦ୍ରକୁ ଆସିଥିଲେ।

ଆଧାର କେନ୍ଦ୍ରରେ କାମ ସାରି ବାଇକରେ ଘରକୁ ଫେରୁଥିବା ସମୟରେ ରାସ୍ତାକଡ଼ରେ କିଛି ଯୁବକ ଆଗରୁ ଛିଡା ହୋଇ ରହିଥିଲେ। ଦୁର୍ବୃତ୍ତମାନେ ସ୍ୱାମୀ-ସ୍ତ୍ରୀଙ୍କୁ ଅକସ୍ମାତ ଠେଙ୍ଗାରେ ପିଟି ଥିଲେ। ପରେ ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ହେଲେ ସମସ୍ତ ଘଟଣା ଉପରୁ ପରଦା ହଟାଇ ସତ ପଦାକୁ ଆଣିଛି ନନ୍ଦପୁର ପୋଲିସ। ଘଟଣାରେ ସ୍ଵାମୀର ମୁଖ୍ୟ ଭୂମିକା ବୋଲି ତଦନ୍ତରୁ ଜଣାପଡିଥିବା ପୋଲିସ କହିଛି।

Leave A Reply

Your email address will not be published.