ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ପଞ୍ଚାୟତସ୍ତରରେ କ୍ଷୀର ଧାରା କେନ୍ଦ୍ର ଖୋଲିବ ଓମଫେଡ୍‌

0

ଭୁବନେଶ୍ବର: ଆସନ୍ତା ୨ ମାସ ମଧ୍ୟରେ ଓମଫେଡ୍‌ ପକ୍ଷରୁ ଆହୁରି ଅଧିକ ୨ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବ। ଓମଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ଓମ୍‌ଫେଡ ଦୈନିକ ୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରି ବଜାରରେ ବିକ୍ରି କରୁଥିବା ବେଳେ ଏହାକୁ ୭ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି।

ଏଥିସହ ଗ୍ରାମାଞ୍ଚଳ ଗ୍ରାହକଙ୍କୁ ଓମ୍‌ଫେଡ ଗୁଣାତ୍ମକ, ସ୍ବାସ୍ଥ୍ୟକର ଓ ସ୍ୱାଦିଷ୍ଟ ଦୁଗ୍ଧ ଏବଂ ଦୁଗ୍ଧଜାତୀୟ ପଦାର୍ଥ ଯଥା ଛେନାପୋଡ, ଖଟା ଓ ମିଠା ଦହି, ରାବିଡ, ପନିର, ଘିଅ, ଆଇସ୍‌କ୍ରିମ, ଘୋଳ ଦହି, ଲସି, ଓମ୍‌ଫେଡ ପାଉଡର ଆଦି ଯୋଗାଇବା ଉଦ୍ଦେଶ୍ୟରେ ପଞ୍ଚାୟତସ୍ତରରେ କ୍ଷୀର ଧାରା କେନ୍ଦ୍ର ଖୋଲିବାକୁ ନିଷ୍ପରି ହୋଇଛି। ବିଭିନ୍ନ ଜିଲାର ୨୦ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଏହି କ୍ଷୀର ଧାରା ଖୋଲାଯିବ। ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଅନ୍ୟ ପଞ୍ଚାୟତରେ ଏହି କେନ୍ଦ୍ର ଖୋଲାଯାଇ ଚାଷୀଙ୍କଠାରୁ ଦୁଗ୍ଧ ସଂଗ୍ରହ କରାଯିବ। ସଂଗୃହୀତ ଦୁଗ୍ଧ ପ୍ରକ୍ରିୟାକରଣ ପାଇଁ ନିକଟସ୍ଥ ପ୍ଲାଣ୍ଟକୁ ଯିବ।

ଅପରପକ୍ଷେ ସେହିଠାରେ ଓମ୍‌ଫେଡର ସମସ୍ତ ପ୍ରକାର ଉତ୍ପାଦ ବିକ୍ରୟ କରାଯିବ। ଏହା ଦ୍ବାରା ଉଭୟ ଗ୍ରାହକ ଓ ଦୁଗ୍ଧ ଚାଷୀ ବିଶେଷ ଭାବେ ଉପକୃତ ହେବା ସହ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ନେଇ ଆଶା କରାଯାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଓମଫେଡ୍‌ ଘିଅ ଭୋଗ ଓ ଦୀପରେ ଲାଗି ହେବା ପରେ ଏହାର ଚାହିଦା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଥିବା କୁଲାଙ୍ଗେ ସୂଚନା ଦେଇଛନ୍ତି।

Leave A Reply

Your email address will not be published.