ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାସନ କାର୍ଡ ହିତାଧିକାରୀଙ୍କୁମ ମିଳିବ ୩ ମାସର ଆଗୁଆ ଚାଉଳ

0

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଚାଉଳ ଦେବାକୁ ନିର୍ଦ୍ଦେଶ। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ଅକ୍ଟୋବରରୁ ଡିସେମ୍ବର ତିନି ମାସ ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ।

ସୂଚନା ଯୋଗ୍ୟ ଯେ ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ସୂଚନା ଅନୁଯାୟୀ, ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡିଆ ମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆୟୋଜିତ ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.