ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଏସ୍‌ଆରଟିସି ବସ୍ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

0

ବୌଦ୍ଧ: ଓଏସ୍‌ଆରଟିସି ବସ୍ ଧକ୍କାରେ ବାଇକ୍‌ ଚାଳକର ଚାଲିଗଲା ଜୀବନ। ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଆଇଁଲାଚୁଆଁ ଛକ ନିକଟରେ।

ଏହି ଓଏସ୍‌ଆରଟିସି ବସ୍‌ଟି କଣ୍ଟାମାଳରୁ ରାଜଧାନୀ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବସ୍‌ଟି ଧକ୍କା ଦେବା ପରେ ଜଣେ ବାଇକ ଆରୋହୀ ବସ୍‌ ଚକାତଳେ ପଡ଼ି ଯାଇଥିଲେ। ଅନ୍ୟ ଜଣେ ଛିଟିକି ଟିକେ ଦୂରରେ ପଡ଼ିଥିଲେ। ବସ୍‌ ଚକା ତଳେ ପଡ଼ିଥିବା ବ୍ୟକ୍ତିଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ତାଙ୍କର ପରିଚୟ ମିଳି ନଥିବା ବେଳେ ଗୁରୁତର ଆହତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ମୁରଲୀ କହଁର। ତାଙ୍କ ଘର ନୂଆଁପାଲି ଗାଁରେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

Leave A Reply

Your email address will not be published.