ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ ମଂଜୁରୀ

0

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍‌ରେ ବୁଧବାର ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଋଣ ମିଳିବ। ଏହି ଯୋଜନା ପାଇଁ ୬୩,୬୦୦ କୋଟିର ଏକ ମଞ୍ଜୁରୀ ଅନୁମୋଦନ କରାଯାଇଛି। ଯେଉଁଥିରେ ନ୍ୟାଶନାଲ ଇନଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ ଫ୍ରେମ୍‌ଓ୍ବାର୍କ (ଏନ୍‌ଆଇଆର୍‌ଏଫ୍‌) ଉପରେ ଆଧାର କରି ଦେଶର ଶ୍ରେଷ୍ଠ ୮୬୦ ଶିକ୍ଷାନୁଷ୍ଠାନରେ ଆଡ୍‌ମିଶନ ପାଇଥିବା ଛାତ୍ରୀଛାତ୍ରଙ୍କୁ ଶିକ୍ଷା ଋଣ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ପ୍ରତି ବର୍ଷ ପ୍ରାୟ ୨୨ ଲକ୍ଷ ମେଧାବୀ ଛାତ୍ରୀଛାତ୍ର ଉପକୃତ ହେବେ।

ଏହି ଯୋଜନା ଅନୁଯାୟୀ, ଯେକେହି ଗୁଣାତ୍ମକ ଉଚ୍ଚଶିକ୍ଷା ପ୍ରତିଷ୍ଠାନ (କ୍ୟୁଏଚ୍‌ଇ)ରେ ଆଡ୍‌ମିଶନ ପାଆନ୍ତି, ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକରୁ ବନ୍ଧକମୁକ୍ତ, ଗ୍ୟାରେଣ୍ଟିମୁକ୍ତ ଋଣ ପାଇବାକୁ ଯୋଗ୍ୟ ହେବେ ଏବଂ ପାଠ୍ୟକ୍ରମ ସହିତ ଜଡ଼ିତ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବେ।

Leave A Reply

Your email address will not be published.