ପ୍ରମୁଖ ଖବର

ସୋଆ ଆଇଡିଏସ୍ ପକ୍ଷରୁ ହ୍ୱାଇଟ କୋଟ ନ୍ୟୁ ଇୟର ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ
ଦାୟିତ୍ୱ ଗ୍ରହଣ ପରେ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ
ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେଓ୍ବାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ
ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ ଦକ୍ଷତା କେନ୍ଦ୍ର ଶୁଭାରମ୍ଭ କଲେ ରାଷ୍ଟ୍ରପତି
ବଦଳିବ ନିକୋ ପାର୍କର ରୂପ, ଖର୍ଚ୍ଚ ହେବ ୬୦୦ କୋଟି
ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ସୋପୋରରେ ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ୨ ଗ୍ରାମରକ୍ଷୀଙ୍କୁ ଗୁଳିକରି ହତ୍ୟା କରିଥିଲେ ଆତଙ୍କବାଦୀ। ଯାହା ପରେ ସେନା ଅଞ୍ଚଳରେ ରେସ୍କ୍ୟୁ ଅପରେଶନ ଚଳାଇଥିଲା।

ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀର କିଶ୍ଟୱାଡା ଗ୍ରାମ ପ୍ରତିରକ୍ଷା କମିଟିର ୨ ଜଣ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ଉଭୟ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ କିଶ୍ଟୱାଡା ଲୋକମାନେ ଅଧିକ ଅସନ୍ତୋଷ ଥିଲେ। ଲୋକମାନେ ରାଜରାସ୍ତାରେ ଆତଙ୍କବାଦୀଙ୍କ ବିରୋଧରେ କଠୋର ପ୍ରଦର୍ଶନ କରିଥିଲେ। ଅନ୍ୟପକ୍ଷରେ ଏଭଳି ଏକ ବଡ଼ ଆତଙ୍କବାଦୀ ଘଟଣା ସାମ୍ନାକୁ ଆସିବା ପରେ ସେନା ଏହି ଅଞ୍ଚଳରେ ରେସ୍କ୍ୟୁ ଅପରେଶନ ଆରମ୍ଭ କରିଥିଲା। ସେନାର ପ୍ରତିଶୋଧରେ ଏପର୍ଯ୍ୟନ୍ତ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।

ଏହାପରେ ସୋପୋରରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ତଲାସି ଅଭିଯାନ ଜାରି ରହିଥିଲା। ତଲାସି ଅଭିଯାନ ସମୟରେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଆତଙ୍କୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି ।

Leave A Reply

Your email address will not be published.