ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ସୋପୋରରେ ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ୨ ଗ୍ରାମରକ୍ଷୀଙ୍କୁ ଗୁଳିକରି ହତ୍ୟା କରିଥିଲେ ଆତଙ୍କବାଦୀ। ଯାହା ପରେ ସେନା ଅଞ୍ଚଳରେ ରେସ୍କ୍ୟୁ ଅପରେଶନ ଚଳାଇଥିଲା।

ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀର କିଶ୍ଟୱାଡା ଗ୍ରାମ ପ୍ରତିରକ୍ଷା କମିଟିର ୨ ଜଣ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ଉଭୟ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ କିଶ୍ଟୱାଡା ଲୋକମାନେ ଅଧିକ ଅସନ୍ତୋଷ ଥିଲେ। ଲୋକମାନେ ରାଜରାସ୍ତାରେ ଆତଙ୍କବାଦୀଙ୍କ ବିରୋଧରେ କଠୋର ପ୍ରଦର୍ଶନ କରିଥିଲେ। ଅନ୍ୟପକ୍ଷରେ ଏଭଳି ଏକ ବଡ଼ ଆତଙ୍କବାଦୀ ଘଟଣା ସାମ୍ନାକୁ ଆସିବା ପରେ ସେନା ଏହି ଅଞ୍ଚଳରେ ରେସ୍କ୍ୟୁ ଅପରେଶନ ଆରମ୍ଭ କରିଥିଲା। ସେନାର ପ୍ରତିଶୋଧରେ ଏପର୍ଯ୍ୟନ୍ତ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।

ଏହାପରେ ସୋପୋରରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ତଲାସି ଅଭିଯାନ ଜାରି ରହିଥିଲା। ତଲାସି ଅଭିଯାନ ସମୟରେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଆତଙ୍କୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି ।

Leave A Reply

Your email address will not be published.