ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ୩୦ ହଜାର ଟଙ୍କା ଲୁଟ

0

ବଲାଙ୍ଗିରୀ: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଶୁକ୍ରବାର ଲୁଟ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରାୟ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍‌ଟପ୍‌ ଓ ବ୍ୟାଙ୍କ ଚେକ୍‌ ଲୁଟି ନେଲେ ଦୁର୍ବୃତ୍ତ। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବା ବେଳେ ଏହି ଲୁଟ୍‌ର ଶିକାର ହୋଇଛନ୍ତି।
ମୁରିବାହାଲ ଥାନା ପଟ୍ଟାମରା-ହଳଦି ରାସ୍ତାରେ ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବାବେଳେ ୨ରୁ ଅଧିକ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍‌ଟପ୍‌ ଓ ବ୍ୟାଙ୍କ ଚେକ୍‌ ଲୁଟିନେଇଛନ୍ତି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.