ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

0

କଟକ: କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ବାଦାମବାଡ଼ି ଥାନା ପୋଲିସ। ତେବେ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ସହ ତାଙ୍କୁ ବ୍ଲାକମେଲିଂ କରି ଗଣଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ତେବେ ଏନେଇ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ସୂଚନା ଅନୁସାରେ, କଟକ ପୁରୀଘାଟ ଥାନା ଅଞ୍ଚଳର ଥିବା ଏକ କାଫେରେ ଦଶହରା ବେଳେ ବୟଫ୍ରେଣ୍ଡ୍ ସହ ଜନ୍ମଦିନ ପାଳିଥିଲେ ପୀଡିତା ଛାତ୍ରୀ ଜଣଙ୍କ। ସେହି ଜନ୍ମଦିନ ପାର୍ଟିରେ କାଫେ ମାଲିକଙ୍କ ସହ ମିଶି ପୀଡିତାଙ୍କ ଅଜଣାତରେ ଆପତ୍ତିଜନକ ଭିଡ଼ିଓ ଉତ୍ତୋଳନ କରିଥିଲା ଅଭିଯୁକ୍ତ ବୟଫ୍ରେଣ୍ଡ୍। ପରେ ସେହି ଭିଡିଓ ଦେଖାଇ ପୀଡିତାଙ୍କୁ ଏକ ସ୍ଥାନକୁ ଡାକିଥିଲେ ଉକ୍ତ କାଫେ ମାଲିକ ଏବଂ ପୀଡିତାଙ୍କ ବୟଫ୍ରେଣ୍ଡ୍। ସେଠାରେ ତାଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ କରିଛନ୍ତି ପୀଡିତା ଛାତ୍ରୀ ଜଣଙ୍କ।

ଏହି ଘଟଣାରେ ବାଦାମବାଡ଼ି ପୋଲିସ ବୟଫ୍ରେଣ୍ଡ ସହ ମୋଟ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ୬ଜଣଙ୍କ ମଧ୍ୟରୁ ୩ ଜଣ ଝାଞ୍ଜିରିମଙ୍ଗଳା ଅଞ୍ଚଳର ହୋଇଥିବା ବେଳେ କାଫେ ମାଲିକ ହେଉଛନ୍ତି ଭରତପୁର ଅଞ୍ଚଳର। ସେହିପରି ଅନ୍ୟ ଦୁଇ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଖୋର୍ଦ୍ଧାର ହୋଇଥିବା ବେଳେ ଅନ୍ୟଜଣେ ନୟାଗଡ଼ ଅଞ୍ଚଳର।

Leave A Reply

Your email address will not be published.