ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଗଛରେ ପିଟି ହୋଇ ଓଲଟିଲା ବସ୍‌, ଜଣେ ମୃତ ୩୦ ଆହତ

0

ନୟାଗଡ଼: ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବା ସୂଚନା ମିଳିଛି। ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଆଜି ସକାଳେ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସ୍‌ଟି ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସୋରଡା ଛକରେ ବସଟି ଭାରସାମ୍ୟ ଗଛରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସମସ୍ତ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ଓ ନୂଆଁ ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ମୃତ ବ୍ୟକ୍ତି ଜଣଙ୍କ ବସ୍‌ ଡ୍ରାଇଭର ବୋଲି ଜଣାଯାଇଛି।

ନୂଆଗାଁ ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କିଛି ଲୋକ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଅଶାଙ୍କା କରାଯାଉଛି। ଦୁର୍ଘଟଣା ପରେ ସେହି ରାସ୍ତା ଗାଡ଼ିଚଳାଚଳ ପ୍ରଭାବିତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ିମଟର ଚଳାଚଳ ପ୍ରଭାବିତ ହୋଇଛି।

Leave A Reply

Your email address will not be published.