ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ସଫେଇ କର୍ମଚାରୀଙ୍କୁ ନିର୍ମମ ହତ୍ୟା

0

ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍‌କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ ଘଟିଥିବା ଜଣାପଡିଛି। ମୃତ ଯୁବକଙ୍କ ନାଁ ସୋନି ଷଣ୍ଢ। ସେ ସମ୍ବଲପୁର ସଦର ଡାକ୍ତରଖାନାରେ ଅସ୍ଥାୟୀ ସଫେଇ କର୍ମଚାରୀ ଭାବେ କାମ କରୁଥିଲେ।

ମିଳିଥିବା ସୂଚନା ମୁତାବକ, ଆଜି ଅପରାହ୍ନ ପ୍ରାୟ ଗୋଟାଏ ବେଳେ୪ରୁ ୫ଜଣ ଯୁବକ ମାନଙ୍କ ମଧ୍ୟରେ ସୋନିଙ୍କର କୌଣସି କାରଣକୁ ନେଇ ପ୍ରଥମେ ବଚସା ହୋଇଥିଲା। ଏହା କ୍ରମେ ଉଗ୍ର ରୁପ ନେଇଥିଲା। ଏଥିରେ ଅଭିଯୁକ୍ତମାନେ ଉତ୍‌କ୍ଷିପ୍ତ ହୋଇ ସଂଘବଦ୍ଧ ଭାବେହାତରେ ଛୁରୀ ଓ ଅନ୍ୟାନ୍ୟ ଧାରୁଆ ଅସ୍ତ୍ର ଧରି ସୋନିଙ୍କୁ ଆକ୍ରମଣ କରିଥିଲେ। ସୋନିଙ୍କୁ ଅଭିଯୁକ୍ତମାନେ ଆକ୍ରମଣ କଲା ବେଳେ ପରିବାର ଲୋକେ ଉପସ୍ଥିତ ଥିଲେ। ତେବେ ଆକ୍ରମଣକାରୀଙ୍କ ହାତରେ ଧାରୁଥା ଅସ୍ତ୍ର ଥିବାରୁ ସେମାନଙ୍କୁ ଅଟକାଇବାରେ ବିଫଳ ହୋଇଥିଲେ।

ଫଳରେ ସୋନି ଗୁରୁତର ଆହତ ହୋଇଥିଲେ। ଖବର ପାଇ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲ ନେଇଥିଲା। ସେଠାରେ ଡାକ୍ତର ଯୁବକଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଭିଯୁକ୍ତମାନେ ସଂଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରି ହତ୍ୟା କରିଥିବା ତାଙ୍କ ସାନ ଭାଇ ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.