ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କପଡା ଗୋଦାମରେ ଅଗ୍ନିକାଣ୍ଡ

0

ଲକ୍ଷାଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ

ବଡଗଡ଼: କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ବଡଗଡ଼ ସ୍ଥିତ ଏକ କପଡା ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ ହୋଇଯାଇଛି।

ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। କର୍ମଚାରୀ ଗୋଦାମରେ ନିଆଁ ଲାଗିଯାଇଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଚଳାଇଛି। କିପରି ନିଆଁ ଲାଗିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ।

ତେବେ ପ୍ରବଳ ଧୂଆଁ ହୋଇଥିବାରୁ ନିଆଁକୁ ଆୟତ୍ତ କରିବା ଅଗ୍ନିଶମ ବାହିନୀଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ଅନ୍ୟପଟେ କପଡ଼ା ଗୋଦାମରେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ତେବେ ଏହି ଘଟଣାରେ କୌଣସି ଲୋକେ ମୃତାହତ ହୋଇନାହାଁନ୍ତି।

Leave A Reply

Your email address will not be published.