ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

କପଡା ଗୋଦାମରେ ଅଗ୍ନିକାଣ୍ଡ

0

ଲକ୍ଷାଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ

ବଡଗଡ଼: କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ବଡଗଡ଼ ସ୍ଥିତ ଏକ କପଡା ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ ହୋଇଯାଇଛି।

ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। କର୍ମଚାରୀ ଗୋଦାମରେ ନିଆଁ ଲାଗିଯାଇଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଚଳାଇଛି। କିପରି ନିଆଁ ଲାଗିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ।

ତେବେ ପ୍ରବଳ ଧୂଆଁ ହୋଇଥିବାରୁ ନିଆଁକୁ ଆୟତ୍ତ କରିବା ଅଗ୍ନିଶମ ବାହିନୀଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ଅନ୍ୟପଟେ କପଡ଼ା ଗୋଦାମରେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ତେବେ ଏହି ଘଟଣାରେ କୌଣସି ଲୋକେ ମୃତାହତ ହୋଇନାହାଁନ୍ତି।

Leave A Reply

Your email address will not be published.