ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

କ୍ୟୁଏସ୍ ଏସିଆ, ଦକ୍ଷିଣ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗସ୍‌-୨୦୨୫ରେ ସମ୍ମାନଜନକ ସ୍ଥାନରେ ସୋଆ

0

ଭୁବନେଶ୍ୱର , ୯/୧୧: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସ୍‌-୨୦୨୫ (ଅଂଚଳ ଭିତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଂରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି ।

ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଂରେ ସୋଆ ୨୦୨୪ରେ ୧୪୩ ତମ ସ୍ଥାନ ହାସଲ କରିଥିବା ବେଳେ ୨୦୨୫ରେ ୬୪ ତମ ସ୍ଥାନରେ ପହଂଚିଛି । ସେହିପରି ଏସିଆ ୟୁନିଭର୍ସିଟି ର‌୍ୟାଙ୍କିରେ ୨୦୨୪ରେ ସୋଆ ୫୦୧-୫୫୦ ବ୍ରାକେଟରେ ଥିବାବେଳେ ୨୦୨୫ରେ ଏଥିରେ ଉନ୍ନତି ହୋଇ ୨୭୮ ସ୍ଥାନରେ ପହଂଚିଛି ସୋଆ । କ୍ୟୁଏସ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଂରେ ୨୦୨୪ରେ ସୋଆ ୧୨୦୧-୧୪୦୦ ବ୍ରାକେଟରେ ଥିବାବେଳେ ନିକଟରେ ପ୍ରକାଶ ପାଇଥିବା ତାଲିକାରେ ଏହି ସ୍ଥିତିକୁ ବଜାୟ ରଖିଛି ।

ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ର‌୍ୟାଙ୍କିଂ ଫ୍ରେମ୍‌ୱାର୍କ (ଏନଆଇଆରଏଫ) ର‌୍ୟାଙ୍କିଂ ୨୦୨୪ ରେ ସୋଆ ଦେଶରେ ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ର‌୍ୟାଙ୍କ ପାଇଥିଲା। ୨୦୧୬ ରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା ଏନଆଇଆରଏଫ ର‌୍ୟାଙ୍କିଂରେ ପ୍ରତିଥର ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସ୍ଥାନୀତ କରିପାରିଛି ସୋଆ ।

Leave A Reply

Your email address will not be published.