ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

0

ଭୁବନେଶ୍ବର: ରାଜ୍ୟରେ ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବ।

ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ, ଓଡିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍, ଡିପ୍ଲୋମା , ଡିଗ୍ରି, ଏବଂ ଡିଗ୍ରି ଅନର୍ସ୍ ପ୍ରଦାନ କରାଯିବ। ୟୁ.ଜି.ସି. ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ପ୍ରସ୍ତୁତ ହୋଇଅଛି ଏବଂ ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ୍ , ଏନ.ସି.ସି. , ଏନ.ଏସ.ଏସ. ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏହାସହ ଛାତ୍ରଛାତ୍ରୀ ମାନେ ନିଜ ଇଚ୍ଛାରେ ତାଙ୍କର ବିଷୟ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସକୁ ପୂର୍ଣ୍ଣ କରିପାରିବେ।

ନୂତନ ଶିକ୍ଷା ନୀତି ଅନୁସାରେ ଓଡିଶାର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷାକୁ ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ କରାଯାଉଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ।

ଏଥିପାଇଁ ବର୍ତ୍ତମାନ ସୁଦ୍ଧା ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ୍ ସିଲାବସ୍ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି ଏକାଧିକ ଶୃଙ୍ଖଳିତ ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଏବଂ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି। ଏହା ଦ୍ୱାରା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱ ବିଦ୍ୟାଳୟଗୁଡିକ ନୂତନ ସିଲାବସ୍ ଓ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ।

Leave A Reply

Your email address will not be published.