ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ

0

ଭୁବନେଶ୍ବର: ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ ବେହେରା। ମିନତୀଙ୍କ ପଦଚ୍ୟୁତ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆ ସରକାର ଆସିବା ପରେ ଗତ ଅକ୍ଟୋବର ମାସରେ ମହିଳା କମିଶନ ଭଙ୍ଗ ହେବା ପରେ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ରହିଥିବା ମିନତୀ ବେହେରାଙ୍କ ସମେତ ଅନ୍ୟ ସମସ୍ତ ସଦସ୍ୟାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍କାଳ ପ୍ରଭାବରୁ ବରଖାସ୍ତ କରାଯାଇଥିଲା। ହେଲେ ଏନେଇ କୌଣସି ସୂଚନା ପାଇନାହାନ୍ତି କହି ବରଖାସ୍ତ ପରେ ବି ନିୟମିତ କାର୍ଯ୍ୟକୁ ଆସୁଥିଲେ ମିନତୀ। କମିଶନଙ୍କ କାର୍ଯ୍ୟ ପ୍ରଦର୍ଶନ ସନ୍ତୋଷ ଜନକ ନୁହେଁ କାରଣ ଦର୍ଶାଇ କାହିଁକି ପଦଚ୍ୟୁତ କରାନଯିବ ନୋଟିସ୍ କରାଯାଇଥିଲା। ହେଲେ ମିନତୀଙ୍କ ପକ୍ଷରୁ ଆସିଥିବା ପ୍ରତ୍ୟୁତ୍ତର ଗ୍ରହଣଯୋଗ୍ୟ ନୁହେଁ ବୋଲି ଦର୍ଶାଇ ପଦଚ୍ୟୁତ କରିଛନ୍ତି ରାଜ୍ୟ ସରକାର।

ତେବେ ଗତ ଅକ୍ଟୋବର ୨୩ ତାରିଖରେ ରାଜ୍ୟ ମହିଳା କମିଶନ ଭଙ୍ଗ ପରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରା ଓ ସହ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ୱାଇଁ ଓ ବିଜୟା ବରୱାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଥିଲା। ବିଜେଡି ସରକାର ସମୟରେ ମହିଳା ଆୟୋଗରେ ଥଇଥାନ ହୋଇଥିବା ଆଗଧାଡ଼ିର ବିଜେଡି ନେତ୍ରୀମାନଙ୍କୁ ରାଜ୍ୟ ସରକାର ଓଡ଼ିଶା ଆକ୍ଟ-୧୯୯୪ର ଧାରା ୩ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କୁ ବରଖାସ୍ତ କରିଥିଲେ। କିନ୍ତୁ ବରଖାସ୍ତ ପରେ ବି ପଦ ଛାଡିନଥିଲେ ମିନତୀ।

ବିଜେଡି ନେତ୍ରୀ ମିନତୀ ବେହେରାଙ୍କୁ ୨୦୨୨ ଅକ୍ଟୋବର ମାସରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ଭାବେ ଥଇଥାନ କରାଯାଇଥିବାବେଳେ ୨୦୨୩ ଏପ୍ରିଲ ମାସରେ ଅନ୍ୟ ୪ଜଣ ବିଜେଡି ନେତ୍ରୀଙ୍କୁ ଆୟୋଗର ସଦସ୍ୟା ଭାବେ ଅବସ୍ଥାପିତ କରାଯାଇଥିଲା। ତେବେ ନୂତନ ସରକାର ଆସିବାର ୪ ମାସ ବିତିଥିଲେ ମଧ୍ୟ ନିଜ ଆଡ଼ୁ ପଦରୁ ଇସ୍ତଫା ନଦେବାରୁ ବିଜେଡିର ନେତ୍ରୀ କମିଶନ ଓ ସଦସ୍ୟାଙ୍କୁ ରାଜ୍ୟ ସରକାର ନିଜ କ୍ଷମତାର ଉପଯୋଗ କରି ବରଖାସ୍ତ କରିଥିଲେ। ସାଧାରଣ ଭାବେ କମିଶନର ଅଧ୍ୟକ୍ଷା ଓ ସଦସ୍ୟାଙ୍କ କାର୍ଯ୍ୟକାଳ ୩ ବର୍ଷ ରହିଥାଏ। କମିଶନର ଅଧ୍ୟକ୍ଷା ଓ ସଦସ୍ୟାଙ୍କ କାର୍ଯ୍ୟକାଳ ୩ ବର୍ଷ ପୂରିବା ପୂର୍ବରୁ ବରଖାସ୍ତ କରିଥିଲେ ସରକାର।

Leave A Reply

Your email address will not be published.