ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ

0

ନୂଆଦିଲ୍ଲୀ: ଏବେ ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ। ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ଓଡିଶା କାରୀଗରୀଙ୍କ ହାତର କଳା। ପିପିଲି ଚାନ୍ଦୁଆକୁ ନେଇ ଏପରି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ରବିବାର ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ।

ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ପିପିଲି ଚାନ୍ଦୁଆ ସ୍ଥାନ ପାଇବ। ଦେଶର ସାତ ଆଞ୍ଚଳିକ ସାଂସ୍କୃତିକ କେନ୍ଦ୍ର ଚାନ୍ଦୁଆର ପ୍ରସାର ପାଇଁ କାମ କରିବେ। କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ କହିଛନ୍ତି ଯେ ଏହା କାରୀଗରମାନଙ୍କୁ ସ୍ୱତନ୍ତ୍ର ପରିଚୟ ମଧ୍ୟ ଦେବା। ପିପିଲି ଚାନ୍ଦୁଆର ପ୍ରଚାର ପ୍ରସାର ପାଇଁ କେନ୍ଦ୍ର ସରକାର ଏହି ବଡ଼ ପଦକ୍ଷେପ ଗ୍ରହଣ କରିଥିବା ବେଳେ ଏହାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି କାରିଗର। ଏହା ରାଜ୍ୟ ପାଇଁ ନିହାତି ଗୌରବର କଥା ହୋଇଥିବା ବେଳେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଅନେକ ଚାନ୍ଦୁଆ କାରିଗରଙ୍କୁ ଆହୁରି ଅଧିକ ଉତ୍ସାହିତ କରିବ।

Leave A Reply

Your email address will not be published.