ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଉଚ୍ଚ ଶିକ୍ଷାନୁଷ୍ଠାନରେ ପ୍ଲାଷ୍ଟିକ ମନା

0

ନ୍ୟୁଜ୍ ବ୍ୟୁରୋ: ଭାରତକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ନୂଆ ପ୍ରୟାସ। ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ଅଣବିଘଟନ ପ୍ଲାଷ୍ଟିକ ମନା। ଛାତ୍ରଛାତ୍ରୀ କିଭଳି ପ୍ଲାଷ୍ଟିକ ବ୍ୟବହାର ନ କରିବେ ସେନେଇ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରାଯିବ। କଲେଜ କ୍ୟାଣ୍ଟିନ୍, ହଷ୍ଟେଲକୁ ଏକକ ବ୍ୟବହାର ପ୍ଲାଷ୍ଟିକ ଆସିବନି । ତେବେ ପ୍ଲାଷ୍ଟିକ ବୋତଲ ବଦଳରେ ଅନ୍ୟ ଧାତୁର ବୋତଲ ବ୍ୟବହାର କରିପାରିବେ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି।

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ କୁହାଯାଇଛି ଯେ, ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଆମେ ଭାରତକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ଏକ ଜନ ଆନ୍ଦୋଳନ ଆରମ୍ଭ କରିବୁ। ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ନାମକ ଜନ ବିପ୍ଳବ ଆରମ୍ଭ ହେବ। ତେଣୁ ଭାରତ ମାତାଙ୍କୁ ପ୍ଲାଷ୍ଟିକ ମୁକ୍ତ କରି ଗାନ୍ଧୀ ଜୟନ୍ତୀ ପାଳନ କରିବାକୁ ସମସ୍ତଙ୍କ ପାଖରେ ନିବେଦନ।

ଏହାପୂର୍ବରୁ ଏକକ ବ୍ୟବହୃତ ପ୍ଲାଷ୍ଟିକର କ୍ଷତିକାରକ ପ୍ରଭାବ ସମ୍ପର୍କରେ ସଚେତନତା ଅଭିଯାନ ଏବଂ ସଚେତନତା କର୍ମଶାଳା ଆୟୋଜନ ହେବ। ପ୍ଲାଷ୍ଟିକ ବ୍ୟବହାରରୁ ବର୍ତ୍ତିବା ପାଇଁ ପାଣି ୟୁନିଟ୍ ଭଳି ଆବଶ୍ୟକ ବିକଳ୍ପ ସୁବିଧା ସ୍ଥାପନ କରାଯିବ। ପ୍ଲାଷ୍ଟିକର କ୍ଷତିକାରକ ପ୍ରଭାବ ବିଷୟରେ ନିଜ ନିଜ ପରିବାରକୁ ସଚେତନ କରିବା ଏବଂ ନିଜ ପରିବାରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ଉତ୍ସାହିତ କରାଯିବ।

Leave A Reply

Your email address will not be published.