ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ

0

ପୁରୀ: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ। ଏବେ ସନ୍ଧ୍ୟା ବଦଳରେ ଧ୍ୱଜାବନ୍ଧା ନୀତି ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ହେବ ।ୟେ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ ସମୟରେ କମ୍‌ ଗହଳି ମଧ୍ୟରେ ଧ୍ୱଜାବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ଧ୍ୱଜାବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ୱାର ବାହାର ରାସ୍ତାରେ ବହୁ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତୀ ସପ୍ତାହଟି ପାଇଁ ୩ଟା ୩୦ ମି ସମୟରେ ଧ୍ୱଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଚୁନରା ସେବକମାନଙ୍କର ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି।


Leave A Reply

Your email address will not be published.