ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ

0

ପୁରୀ: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ। ଏବେ ସନ୍ଧ୍ୟା ବଦଳରେ ଧ୍ୱଜାବନ୍ଧା ନୀତି ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ହେବ ।ୟେ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ ସମୟରେ କମ୍‌ ଗହଳି ମଧ୍ୟରେ ଧ୍ୱଜାବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ଧ୍ୱଜାବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ୱାର ବାହାର ରାସ୍ତାରେ ବହୁ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତୀ ସପ୍ତାହଟି ପାଇଁ ୩ଟା ୩୦ ମି ସମୟରେ ଧ୍ୱଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଚୁନରା ସେବକମାନଙ୍କର ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି।


Leave A Reply

Your email address will not be published.