ନୂଆଦିଲ୍ଲୀ: ଘୋଷଣା ହେଲା କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପୁରସ୍କାର। ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ। ଅପରାଧୀକ ମାମଲାର ତଦନ୍ତରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯିବ ବୋଲି ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଡିଜିପି ସୂଚନା ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି।
ସୂଚନା ଅନୁଯାୟୀ, ଗଜପତି ଜିଲ୍ଲାରୁ ସବ୍ୟସାଚୀ ମଲ୍ଲ, ଗଞ୍ଜାମ ଜିଲ୍ଲାରୁ ରାଜେନ୍ଦ୍ର ନାରାୟଣ ପଟ୍ଟନାୟକ, ମାଲକାନଗିରି ଜିଲ୍ଲାର ରିଙ୍ଗନ କିଣ୍ଡୋଙ୍କୁ ଚଳିତ ବର୍ଷର କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ମିଳିବ। ଏ ନେଇ ଟ୍ବିଟ କରି ୩ ପୋଲିସ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଡିଜିପି।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ