ପ୍ରମୁଖ ଖବର

ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍
ରାଜଧାନୀରେ ବଧୂହତ୍ୟା ଅଭି​‌ଯୋଗ, ସ୍ଵାମୀ ଗିରଫ
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ, ସମୁଦ୍ରରେ ବୁଡି ୩ ମୃତ
ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

୨୦୨୫ ମାର୍ଚ୍ଚ ସୁଦ୍ଧା ସମସ୍ତ ଥାନାରେ ଲାଗିବ ସିସିଟିଭି

0

କଟକ: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲାରେ ଆସିଲା ହାଇକୋର୍ଟଙ୍କ ଶୁଣାଣି। ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି। ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି। ସେନା ଅଧିକାରୀଙ୍କୁ ଥାନାରେ ଦୁର୍ବ୍ୟବହାର ନେଇ ଏସଓପି ଜାରି କରାଯାଇଛି। ଏସଓପିର ଏକ କପି ହାଇକୋର୍ଟ ଓ ଆମିକସ୍ କ୍ୟୁରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ ସିସିଟିଭି ଲଗାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ତଦନ୍ତ ଜାରି ରହିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଆସନ୍ତା ମଙ୍ଗଳବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଅନ୍ୟପଟେ ଥାନାରେ ସିସିଟିଭି ନେଇ ଏଡିଜିଙ୍କ ତରଫରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଥାନାରେ ସିସିଟିଭି ଲାଗିଥିବା ଜାଣିବାକୁ ମିଳିଛି। ତେବେ ବାତ୍ୟା ଦାନା ପ୍ରଭାବିତ ହୋଇଥିବା ବିଲ୍ଡିଂ କିମ୍ବା କିଛି ନୂଆ ବିଲ୍ଡିଂରେ ସିସିଟିଭି ବ୍ୟବସ୍ଥା ଆରମ୍ଭ କରାଯାଇ ନାହିଁ ବୋଲି ମଧ୍ୟ କୁହାଯାଇଛି।

ତେଣୁ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ଫାଣ୍ଡିରେ ସିସିଟିଭି ବ୍ୟବସ୍ଥା ହୋଇଯିବ ବୋଲି କହିଛନ୍ତି ଏଡିଜି। ୨୦୨୫ ମାର୍ଚ୍ଚ ମାସ ଭିତରେ ସମସ୍ତ ଫାଣ୍ଡି ସିସିଟିଭି ତଳେ ଚାଲିବ ବୋଲି ସେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ପୁରୁଷ ବନ୍ଧୁଙ୍କ ସହ ପୀଡ଼ିତା ରାତି ୧ଟା ବେଳେ ଅଭିଯୋଗ କରିବାକୁ ଯାଇଥିବା ବେଳେ ପୋଲିସ ଆକ୍ରମଣ କରିବା ସହ ଥାନା ଆଇଆଇସିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଘଟଣାରେ ତତ୍କାଳୀନ ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା।

Leave A Reply

Your email address will not be published.