ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

୨୦୨୫ ମାର୍ଚ୍ଚ ସୁଦ୍ଧା ସମସ୍ତ ଥାନାରେ ଲାଗିବ ସିସିଟିଭି

0

କଟକ: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲାରେ ଆସିଲା ହାଇକୋର୍ଟଙ୍କ ଶୁଣାଣି। ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି। ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି। ସେନା ଅଧିକାରୀଙ୍କୁ ଥାନାରେ ଦୁର୍ବ୍ୟବହାର ନେଇ ଏସଓପି ଜାରି କରାଯାଇଛି। ଏସଓପିର ଏକ କପି ହାଇକୋର୍ଟ ଓ ଆମିକସ୍ କ୍ୟୁରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ ସିସିଟିଭି ଲଗାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ତଦନ୍ତ ଜାରି ରହିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଆସନ୍ତା ମଙ୍ଗଳବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଅନ୍ୟପଟେ ଥାନାରେ ସିସିଟିଭି ନେଇ ଏଡିଜିଙ୍କ ତରଫରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଥାନାରେ ସିସିଟିଭି ଲାଗିଥିବା ଜାଣିବାକୁ ମିଳିଛି। ତେବେ ବାତ୍ୟା ଦାନା ପ୍ରଭାବିତ ହୋଇଥିବା ବିଲ୍ଡିଂ କିମ୍ବା କିଛି ନୂଆ ବିଲ୍ଡିଂରେ ସିସିଟିଭି ବ୍ୟବସ୍ଥା ଆରମ୍ଭ କରାଯାଇ ନାହିଁ ବୋଲି ମଧ୍ୟ କୁହାଯାଇଛି।

ତେଣୁ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ଫାଣ୍ଡିରେ ସିସିଟିଭି ବ୍ୟବସ୍ଥା ହୋଇଯିବ ବୋଲି କହିଛନ୍ତି ଏଡିଜି। ୨୦୨୫ ମାର୍ଚ୍ଚ ମାସ ଭିତରେ ସମସ୍ତ ଫାଣ୍ଡି ସିସିଟିଭି ତଳେ ଚାଲିବ ବୋଲି ସେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ପୁରୁଷ ବନ୍ଧୁଙ୍କ ସହ ପୀଡ଼ିତା ରାତି ୧ଟା ବେଳେ ଅଭିଯୋଗ କରିବାକୁ ଯାଇଥିବା ବେଳେ ପୋଲିସ ଆକ୍ରମଣ କରିବା ସହ ଥାନା ଆଇଆଇସିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଘଟଣାରେ ତତ୍କାଳୀନ ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା।

Leave A Reply

Your email address will not be published.