ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ

0

ଭୁବନେଶ୍ବର: ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଘର ମାଲିକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ। ଏହା ଖାଲି ବାଣ ଗୋଦାମ ନଥିଲା ଏଠି ଲେଡିଜ୍ ହଷ୍ଟେଲ୍ ମଧ୍ୟ ଚାଲିଥିଲା।
ସୂଚନା ଅନୁସାରେ ସୋମବାର ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିଥିଲା। ଏଥିରେ ଏକାଧିକ ଜୀବନ ବର୍ତ୍ତି ଯାଇଥିବା ବେଳେ ଏନେଇ ଘର ମାଲିକଙ୍କ ନାମରେ ମାମଲା ରୁଜୁ କରିଛି କମିଶନରେଟ ପୋଲିସ। ଏଥିସହ ତାଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରୁଛି । ସେପଟେ ଗୋଦାମ ଘରକୁ ସିଲ୍ କରିବା ସହ ଅଧିକ ତଦନ୍ତ କରୁଛି ଇନଫୋସିଟି ଥାନା ପୋଲିସ୍।

ବାଣ ଗୋଦାମ ସହ ଘର ଭିତରେ କିଭଳି ଲେଡିଜ୍ ହଷ୍ଟେଲ୍ ଚାଲିଥିଲା ତାହାକୁ ନେଇ ମଧ୍ୟ ତନାଘନା ଚାଲିଛି। ଉକ୍ତ ଘରେ ୨୦ରୁ ଅଧିକ ଯୁବତୀ ଭଡ଼ାରେ ରହୁଥିଲେ । ସୌଭାଗ୍ୟବଶଃତ ଯେତେବେଳେ ବିସ୍ଫୋରଣ ଘଟିଲା ସେତେବେଳେ ଘର ଭିତରେ କେହି ନ ଥିଲେ । ନଚେତ ଏକ ବଡ଼ ଅଘଟଣକୁ ଏଡ଼ାଇ ଦିଆଯାଇପାରିନଥାନ୍ତା। ଏହି ଘଟଣାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛି କମିଶନରେଟ ପୋଲିସ୍।

Leave A Reply

Your email address will not be published.