ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ

0

ପୁରୀ: ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ। ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ମନ୍ଦିରର ଗୁମୁଟ ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା। ମାଣ୍ଡାରିନ୍ ଭାଷାରେ କଥାବାର୍ତ୍ତା କରୁଥିବାରୁ ହୋଇଥିଲା ସନ୍ଦେହ। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍‌।

ଉଦ୍ଧାର ବେଳେ ମହିଳା ଜଣକ ପୁଲିସ୍‌କୁ ବିରୋଧ କରୁଥିଲେ। ହେଲେ ପୁଲିସ୍‌ ତାଙ୍କୁ ଜବରଦସ୍ତି ଉଦ୍ଧାର ଅସ୍ଥାୟୀ ଆଉଟ୍‌ ପୋଷ୍ଟକୁ ନେଇଥିଲା। ସେଠାରେ ତାଙ୍କୁ ଦୀର୍ଘ ସମୟଧରି ପଚରାଉଚରା କରିଥିଲା। ତଦନ୍ତ ପରେ ମହିଳାଙ୍କୁ ବ୍ୟାରିକେଡ୍ ବାହାରକୁ ଛାଡି ଦିଆଯାଇଛି।

ତେବେ ଏହି ଚାଇନିଜ୍ ମହିଳା ଜଣକ ଶ୍ରୀମନ୍ଦିର ପୋଲିସକୁ ଚ୍ୟାଲେଞ୍ଜ ଦେଇ ଲୋକଙ୍କ ଭିଡ ଭିତରେ ମନ୍ଦିର ଭିତରକୁ ପ୍ରବେଶ କରିଥିବା ଦେଖିବାକୁ ମିଳିଛି। ପୂର୍ବରୁ କିଛି ବାଂଲାଦେଶୀ ଶ୍ରୀମନ୍ଦିର ଭିତରେ ପଶିଥିଲେ। ଢିଲା ସୁରକ୍ଷା ଯୋଗୁ ବିଦେଶୀମାନେ ବାରମ୍ୱାର ଶ୍ରୀମନ୍ଦିର ଭିତରେ ପଶୁଥିବା ଅଭିଯୋଗ ହେଉଛି। ଏହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Leave A Reply

Your email address will not be published.