ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ରାଜ୍ୟ କ୍ୟାବିନେଟରେ ୮ ପ୍ରସ୍ତାବ କୁ ମିଳିଲା ମଞ୍ଜୁରୀ

0

ଭୁବନେଶ୍ବର: ଆଜି ୮ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ ମୋହର ବାଜିଛି। ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୫ଟି ମସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନାରେ ୫ବର୍ଷରେ ଖର୍ଚ୍ଚ ହେବ ୧୦୩୧ କୋଟି। ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ। ୫ଲକ୍ଷ ଅଣ୍ଡା ପ୍ରତିଦିନ ଉତ୍ପାଦନ ହେବ। ୯୫.୫୮ ମେଟ୍ରିକ ଟନ କୁକୁଡ଼ା ମାଂସ ଉତ୍ପାଦନ ହେବ। ମତ୍ସ୍ୟ କ୍ଷେତ୍ରରେ ଭିତ୍ତିଭୂମି ସୃଦୁଢ ପାଇଁ ୩ ବର୍ଷ ପାଇଁ ୪୪୯ କୋଟି ଟଙ୍କା ଖର୍ଚ୍ଚ ହେବ। ଗୋମାତା ନାଁରେ ଯୋଜନା ଆସିବ। ୩ ବର୍ଷ ପାଇଁ ୩୪୨ କୋଟି ଟଙ୍କା ଖର୍ଚ୍ଚ ହେବ। ବାର୍ଷିକ ୨.୫ କୋଟି ଭ୍ୟାକ୍ସିନ, ୧.୩୦ କୋଟି ପ୍ରାଣୀଧନ ଚିକିତ୍ସା କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଜଳ ସମ୍ପଦ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମରେ ୯୬୫୨ କୋଟି ବ୍ୟୟବରାଦକୁ କ୍ୟାବିନେଟ ଅନୁମୋଦନ କରିଛି। ଏହି କାର୍ଯ୍ୟକ୍ରମରେ ୬୪୩୫ ହେକ୍ଟର ସେଚ ଅଞ୍ଚଳ ଏବଂ ୧ଲକ୍ଷ ୫୮ହଜାର ହେକ୍ଟର ଅତିରିକ୍ତ ସେଚନ ଜଳ ସୃଷ୍ଟି କରାଯିବ।

ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଧେୟକ-୨୦୨୪ ପ୍ରଣୟନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। କୌଣସି ସରକାରୀ ପରୀକ୍ଷା ପ୍ରକ୍ରିୟାରେ ବ୍ୟାଘାତ କିମ୍ବା ଚଞ୍ଚକତା କଲେ ରହିବ ଦଣ୍ଡ ବିଧାନ। ୩ ରୁ ୫ ବର୍ଷ ଜେଲ ସହ ୧୦ ଲକ୍ଷ ଜୋରିମାନା ରାଶି ଦେବାକୁ ହେବ। ସେବା ପ୍ରଦାନକାରୀକୁ ୧ କୋଟି ପର୍ଯ୍ୟନ୍ତ ଜୋରିମାନା ହୋଇପାରେ।

Leave A Reply

Your email address will not be published.