ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଗିରଫ

0

କାଶୀପୁର: ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୧ କୋଟି ୭୩ ଲକ୍ଷରୁ ଊର୍ଦ୍ଧ୍ବ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପୂର୍ଣ୍ଣଚନ୍ଦ୍ରଙ୍କୁ ରିମାଣ୍ଡରେ ନେବାକୁ ଭିଜିଲାନ୍ସକୁ ଅନୁମତି ଦେଇଛି କୋର୍ଟ।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧ ତାରିଖରେ ରାୟଗଡ଼ା ଜିଲ୍ଲା କାଶୀପୁରର ପୂର୍ବତନ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଥିଲା । ରାୟଗଡ଼ା ସହରର ଡିଏଫ୍‌ଓ କଲୋନୀରେ ଥିବା ନିଜ ବାସଭବନରେ ଠିକାଦାର କ୍ଷେତ୍ର ମାଝୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ମନରେଗା କାମ ବାବଦରେ ବିଲ କରିଦେବାକୁ କହି କ୍ଷେତ୍ର ମାଝିଙ୍କୁ ଟଙ୍କା ମାଗିଥିଲେ। ଭିଜିଲାନ୍ସ ବିଭାଗ ଗିରଫ କରିବା ସମୟରେ ଦେହ ଅସୁସ୍ଥ ଥିବା ବାହାନା କରିବା ସହ ବେହାସ ହୋଇ ପଡ଼ିଥିବା ପରେ ତାଙ୍କୁ ଡାକ୍ତରଖାନାକୁ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିଆଯାଇଥିଲା। ଡାକ୍ତରଖାନାରୁ ଫେରିବା ପରେ ତାଙ୍କୁ ଗିରଫ କରିବା ସହ କାର୍ଯ୍ୟରୁ ନିଲମ୍ବନ କରାଯାଇଥିଲା।

Leave A Reply

Your email address will not be published.