ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଗିରଫ ହେଲେ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ

0

ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ପଡିଲେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ । ସେ ଆଜି ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।
ଚମ୍ପାଝର ଏମ ଇ ସ୍କୁଲ ପୂର୍ବତନ ଶିକ୍ଷୟତ୍ରୀ ବିଜୟନୀ ତ୍ରିପାଠୀଙ୍କ ୨ଟିଇନକ୍ରିମେଣ୍ଟ ଏରିୟର ଦୁଇଟି ୨ଲକ୍ଷ.୨୭ହଜାର ଏବଂ ୩ଲକ୍ଷ ୩୯ହଜାର ଟଙ୍କା କରାଇ ଦେବା ଲାଗି ଦଶ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ୬ ହଜାର ଟଙ୍କାରେ ରାଜି ହୋଇଥିଲେ। ଏନେଇ ତାଙ୍କ ଭାଇ ଖୋର୍ଦ୍ଧା ଭିଜିଲାନ୍ସ କାର୍ୟ୍ୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଜାଲ ବିଛାଇଥିଲା। ଆଜି ରାତି ୯ଟା ସମୟରେ ପୂର୍ବ ଯୋଜନା ମୁତାବକ ବିଇଓ କାର୍ୟ୍ୟାଳୟ ପରିସରରେ ଲାଞ୍ଚ ନେଉଥିବା ବେଳେ ବାହାରେ ଛକିଥିବା ଭିଜିଲାନ୍ସ ଟିମ ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ ସହ ତାଙ୍କୁ ଗିରଫ କରି ଭୁବନେଶ୍ବର ଭିଜିଲାନ୍ସ କାର୍ୟ୍ୟାଳୟକୁ ନେଇଯାଇଛନ୍ତି।

ଏନେଇ ଭୁବନେଶ୍ବର ଭିଜିଲାନ୍ସ ଥାନାରେ ମାମଲା ରୁଜୁ ହୋଇଛି। ତାଙ୍କୁ ଗିରଫ ସହ ଅଫିସ ପରିସରରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଆସନ୍ତାକାଲି ତାଙ୍କ ବାସଭବନ ସମେତ ସମ୍ପର୍କିୟ ଘରେ ଚଢଉ ଚାଲିଛି ବୋଲି ଭିଜିଲାନ୍ସ ଡିଏସପି ବ୍ରଜକିଶୋର ସାହୁ ସୂଚନା ଦେଇଛନ୍ତି। ଏହି ଚଢଉ ରେ ଡିଏସପିଙ୍କ ନେତୃତ୍ବ ରେ ୮ ଜଣିଆ ଟିମ ସାମିଲ ହୋଇଥିଲେ।

Leave A Reply

Your email address will not be published.