ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

କନ୍ଧମାଳ: ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏପରି ଏକ ଅଭାବନୀୟ ଘଟଣା କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଆର. ନୂଆଗାଁସ୍ଥିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟରେ ଘଟିଛି। ମୃତ ଛାତ୍ର ଜଣକ ହେଲେ ବାଲି ସୁଗ୍ରି ଗ୍ରାମର ରସାନନ୍ଦ ମଲ୍ଲିକଙ୍କ ସାନ ପୁଅ ଆନନ୍ଦେଶ୍ୱର ମଲ୍ଲିକ (୧୬)।

ଖବର ଅନୁସାରେ, ଆଜି ସକାଳେ ଆବାସିକ ବିଦ୍ୟାଳୟରେ ଥିବା ଛାତ୍ରମାନେ ଆନନ୍ଦେଶ୍ୱରଙ୍କ ମୃତଦେହ ବାଥରୁମ୍ ରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ। ଏହାପରେ ହଷ୍ଟେଲ କର୍ତ୍ତୃପକ୍ଷ ପୋଲିସ କୁ ଖବର ଦେଇଥିଲେ। ପୋଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିବା ସହିତ ମୃତଦେହ କୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାରେ ୨୭/୨୪ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ, ପୁଅ ଆତ୍ମହତ୍ୟା କରିବା ଘଟଣାକୁ ପରିବାର ଲୋକେ ସହଜରେ ଗ୍ରହଣ କରି ପାରୁ ନାହାନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି।

Leave A Reply

Your email address will not be published.