ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

0

ପୁରୀ: ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଗୋଦାମରେ ୩ ଲକ୍ଷରୁ ଅଧିକ ଟଙ୍କାର ଚିଙ୍ଗୁଡ଼ି ଜଳିପୋଡ଼ି ନଷ୍ଟ ହୋଇଥିବା ସୂଚନା ରହିଛି। ହେଲେ ବିଦ୍ୟୁତ ସଟସର୍କିଟ ଯୋଗୁଁ ଚିଙ୍ଗୁଡ଼ି ଗୋଦାମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

ସୂଚନା ଅନୁଯାୟୀ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଚିଲିକା କୂଳ ଯମୁନା ଗାଁରେ ଏହି ଘଟଣା ଘଟିଛି। ଆଗକୁ ଛାଡଖାଇ ଥିବାରୁ ଗୋଦାମ ମାଲିକ ପବିତ୍ର ସାହୁ ତିନିଲକ୍ଷ ଟଙ୍କାରୁ ଅଧିକ ମାଛ ଓ ଚିଙ୍ଗୁଡ଼ି ରଖିଥିଲେ। ହେଲେ ଚିଲିକା କୂଳ ଯମୁନା ଗାଁରେ ମାଛ ବ୍ୟବସାୟୀ ପବିତ୍ର ସାହୁଙ୍କ ଗୋଦାମରେ ନିଆଁ ଲାଗିଯାଇଛି। ନିଆଁରେ ଗୋଦାମରେ ଥିବା ମାଛ, ଚିଙ୍ଗୁଡ଼ି ଜଳି ପୋଡ଼ି ପାଉଁଶ ହୋଇଯାଇଛି।

ଆଜି ସକାଳେ ହଠାତ୍ ଗୋଦାମରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ମାଲିକଙ୍କୁ ଖବର ଦେବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ଗୋଦାମରେ ଥିବା ମାଛ ଚିଙ୍ଗୁଡ଼ି ଜଳିପୋଡ଼ି ପାଉଁଶ ହୋଇଯାଇଥିଲା। ସଟ୍‌ସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ହେଲେ ପ୍ରକୃତ କାରଣ ଜଣାପଡ଼ି ନାହିଁ।

Leave A Reply

Your email address will not be published.