କଟକ: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।
୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବା ନେଇ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ସକାଳ ୯ଟାରୁ ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍ ସମୟ ମିଳିବ।
ପ୍ରମୁଖ ଖବର
୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ