ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ଶିଶୁ ଦିବସରେ ପିଲାଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ଏବେ ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୩ ଲକ୍ଷ ବିଦ୍ୟାର୍ଥୀ ପାଉଛନ୍ତି ମଧ୍ୟାହ୍ନ ଭୋଜନ।

ମୁଖ୍ୟମନ୍ତ୍ରୀ ଆଜି କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ରେ ଯୋଗ ଦେଇ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ଓ ଐତିହ୍ୟ ସ୍କୁଲ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପ୍ରତି ପିଲା ପିଛା ଏକ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟର ପ୍ରାୟ ୫୦ହଜାରରୁ ଅଧିକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବଢୁଥିବା ପ୍ରାୟ ୪୩ଲକ୍ଷ ଛାତ୍ରଛାତ୍ରୀ ଏହାଦ୍ୱାରା ଉପକୃତ ହେବେ।

Leave A Reply

Your email address will not be published.