ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେଇ ବନ୍ଧା ହେଲେ ଡାକ୍ତର

0

କଳାହାଣ୍ଡି: ଲାଞ୍ଚ ନେବା ବେଳେ ଧରାପଡିଲେ ଡାକ୍ତର। ଭବାନୀପାଟଣା ଏସଆରଏମ ଭେଷଜ ମହାବିଦ୍ୟାଳୟ ଅନ୍ତର୍ଗତ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ର ସ୍ତ୍ରୀରୋଗ ବିଶେଷଜ୍ଞ ଡାକ୍ତର ଅଶୋକ ଦାସ ଜଣେ ଗର୍ଭବତୀ ମହିଳାଙ୍କ ସମ୍ପର୍କୀୟ ଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଛନ୍ତି। ଏଭଳି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି କଳାହାଣ୍ଡିରୁ। କଳାହାଣ୍ଡି ମେଡିକାଲ କଲେଜର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ଡାକ୍ତର ଅଶୋକ ଦାସ ଗର୍ଭବତୀଙ୍କ ଠାରୁ ୬୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ।

ଖବର ମୁତାବକ, ଭବାନୀପାଟଣାର ରେନ୍ଦୋ ମାଝୀ ନାମକ ଜଣେ ଗର୍ଭବତୀ ଚେକଅପ୍‌ ପାଇଁ ଡାକ୍ତର ଅଶୋକ ଦାସଙ୍କ ପାଖକୁ ଆସିଥିଲେ। ଚେକଅପ୍‌ ସମୟରେ ତାଙ୍କର ଡେଲିଭରୀ ସମୟ ନିକଟ ହୋଇ ଗଲାଣି ବୋଲି ଡାକ୍ତର କହିଥିଲେ। ଏହା ପରେ ଗର୍ଭବତୀ ଜଣଙ୍କ ସରକାରୀ ଡାକ୍ତରଖାନାରେ ନିଜ ପିଲାକୁ ଜନ୍ମ ଦେବା ପାଇଁ ଚାହିଁଥିଲେ। ଏଥିପାଇଁ ଅଶୋକ ଗର୍ଭବତୀଙ୍କୁ ୬୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏହାପରେ ଗର୍ଭବତୀ ଜଣଙ୍କ ସେଠାରୁ ଚାଲି ଆସି ଭିଜିଲାନ୍ସରେ ଜମାଇଥିଲେ। ପୂର୍ବ ଯୋଜନା ଅନୁସାରେ ଗର୍ଭବତୀ ମହିଳା ଜଣଙ୍କ ଡାକ୍ତର ଅଶୋକଙ୍କୁ ଲାଞ୍ଚ ଦେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଧରି ପକାଇଥିଲା। ଏହା ସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି।

ଏହା ସହ ଡାକ୍ତର ଙ୍କ ସରକାରୀ କ୍ୱାର୍ଟର ରୁ ନଗଦ ୯୬ ହଜାର ୮୫୦ ଟଙ୍କା ଠାବ କରାଯାଇଛି। କଳାହାଣ୍ଡି , ନୂଆପଡ଼ା, ନବରଙ୍ଗପୁର ଏବଂ ଜୟପୁର ଡିଭିଜନ ର ୧୦ ଜଣିଆ ଭିଜିଲାନ୍ସ ଟିମ୍ ମିଳିତ ଭାବେ ଡାକ୍ତରଙ୍କ ଚ୍ୟାମ୍ବର୍ ଏବଂ ସରକାରୀ କ୍ୱାର୍ଟରରେ ଚଢାଉ ଜାରି ରଖିଛନ୍ତି। ଡାକ୍ତର ଙ୍କ ନୟାଗଡ଼ ସ୍ଥିତ ପୈତୃକ ଘର ସମେତ ଭୁବନେଶ୍ୱର ପ୍ରଭୃତି ମୋଟ ୧୦ ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢାଉ ଜାରି ରଖିଛି।

Leave A Reply

Your email address will not be published.