ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ପରଲୋକ

0

କଟକ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ପରଲୋକ ଘଟିଛି। ସୋମବାର ଦିନ ୨ଟା ୧୦ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।
କିଛି ବର୍ଷ ପୂର୍ବେ ତାଙ୍କର କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା। ସିଡିଏସ୍ଥିତ ଘରୋଇ ଡାକ୍ତରଖାନାଠାରେ ଚିକିତ୍ସକମାନେ ଅକ୍ଳାନ୍ତ ପରିଶ୍ରମ ସତ୍ବେ ତାଙ୍କ ଜୀବନ ରକ୍ଷା କରିପାରିଲେ ନାହିଁ। ସ୍ବର୍ଗତ ଦେ’ଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ବହୁ ବିଶିଷ୍ଟ ବ୍ୟକ୍ତି ଡାକ୍ତରଖାନାରେ ପହଞ୍ଚିଛନ୍ତି।
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Leave A Reply

Your email address will not be published.